ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଗତ ମାଟ୍ରିକ୍ ପରୀକ୍ଷାରେ ଏ-୧ ଗ୍ରେଡ୍ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଜଟଣୀସ୍ଥିତ କୌଶଳ ବିକାଶ ଅନୁଷ୍ଠାନ ପରିସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାସ୍ତରୀୟ ସମ୍ବର୍ଦ୍ଧନା ଓ ପ୍ରଧାନଶିକ୍ଷକ ସମ୍ମିଳନୀ ଆୟୋଜନ ଅବସରରେ ଏହି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।